ଆସନ୍ତା କାଲି ପ୍ରବଳ ବର୍ଷା : ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ଉତ୍ତର ବଙ୍ଗୋପସାଗରର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପରେ ଆଜି ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସୁଛି ଆଉ ଏକ ଲଘୁଚାପ । ଗାଙ୍ଗେୟ ପଶ୍ଚିମବଙ୍ଗ ସଂଲଗ୍ନ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା ନିକଟ ସମୁଦ୍ରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, କୋରାପୁଟ ଓ ନବରଙ୍ଗପୁର । ଏସବୁ ଜିଲ୍ଲାରେ ୭୦ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବା ସମ୍ଭାବନା ରହିଛି ବୋଲି ସୂଚନା ଦେଲା ପାଣିପାଗ ବିଭାଗ ।

Leave A Reply

Your email address will not be published.