୧୪ରୁ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର : ଘୂର୍ଣ୍ଣିବଳୟ ସହ ମୌସୁମୀର ସକ୍ରିୟତାକୁ ନେଇ ରାଜ୍ୟରେ ବର୍ଷା ଜାରି ରହିଛି । ଆସନ୍ତା ୨୪ ଘଣ୍ଟାରେ ୫ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହି ସବୁ ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, କୋରାପୁଟ, ମାଲକାନଗିରି ଓ କେନ୍ଦୁଝର । ଏହି ୫ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୩ ତାରିଖ ଯାଏ କିଛି କିଛି ସ୍ଥାନରେ ହାଲକାରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୧୩ ତାରିଖ ଯାଏ କୌଣସି ସତର୍କ ସୂଚନା ନଥିବା ବେଳେ ୧୪ରୁ ପୁଣି ବର୍ଷାର ବିସ୍ତୃତି ବଢିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.