୧୭ ତାରିଖ ଯାଏ ରାଜ୍ୟରେ କାଁ ଭାଁ ବର୍ଷା

ଭୁବନେଶ୍ୱର : ଆସନ୍ତା ୧୭ ତାରିଖ ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ କାଁ ଭାଁ ବର୍ଷା । ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ନିଅଣ୍ଟିଆ ବର୍ଷା ସ୍ଥିତି ବଢିବ । ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଘଡଘଡି ବିଜୁଳି ସହ ବର୍ଷା ପାଇଁ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବାଲେଶ୍ୱର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଯାଜପୁର, କେନ୍ଦ୍ରାପଡା, ଝାରସୁଗୁଡା ଏବଂ ସମ୍ବଲପୁରକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

Leave A Reply

Your email address will not be published.