୨୦ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଏହାର ପ୍ରଭାବରେ ଆସନ୍ତା ୨୦ ତାରିଖ ଯାଏଁ ରାଜ୍ୟରେ ବିଭିନ୍ନ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏବେ ମୌସୁମୀ ଜନିତ ବର୍ଷା ସାରା ରାଜ୍ୟରେ ଜାରି ରହିଥିବା ବେଳେ ଲଘୁଚାପ ଯୋଗୁଁ ଏହାର ପରିମାଣ ଅଧିକ ବଢ଼ିପାରେ । ଆଜି ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସବୁ ଜିଲ୍ଲାଗୁଡ଼ିକରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହେବା ସମ୍ଭାବନା ରହିଛି । ସେହିଭଳି ଆସନ୍ତା ୩ ଦିନ ଯାଏ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

Leave A Reply

Your email address will not be published.