ରାଜ୍ୟରେ ପ୍ରବଳ ବର୍ଷା : ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ । ଆଗାମୀ ୨ ଦିନ ଭିତରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ୱେଲମାର୍କଡ ଲୋ ପ୍ରେସରର ରୂପ ନେବାପରେ ବାଂଲାଦେଶ ଉପକୂଳ ମୁହାଁ ହେବ । ଏହାର ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୬ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ମୟୂରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡ଼ା, ଗଞ୍ଜାମ, କେନ୍ଦୁଝର ଓ ଢେଙ୍କାନାଳକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।

Leave A Reply

Your email address will not be published.