ରାଜ୍ୟରେ ପ୍ରବଳ ବର୍ଷା : ପୂର୍ବାନୁମାନ କଲା ପାଣିପାଗ ବିଭାଗ

ଭୁବନେଶ୍ୱର : ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ରବିବାର ଏକ ଲଘୁଚାପ ସୃଷ୍ଟି ହୋଇଛି । ଆସନ୍ତା ଦୁଇ ଦିନରେ ଏହା ଲଘୁଚାପରେ ପରିଣତ ହେବ । ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ମୁହାଁ ହୋଇ ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ଓ ଝାଡ଼ଖଣ୍ଡ ଆଡ଼କୁ ଅଗ୍ରସର ହେବ । ଏହା ପ୍ରଭାବରେ ଓଡ଼ିଶାରେ ଆସନ୍ତା ୪ ଦିନ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାର ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ତେଣୁ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି ।

Leave A Reply

Your email address will not be published.

error: Content is protected !!