shyamal

ଆସନ୍ତା ୯ ତାରିଖ ଯାଏଁ ରାଜ୍ୟର ପ୍ରବଳ ବର୍ଷା

ଭୁବନେଶ୍ୱର : ପଶ୍ଚିମକେନ୍ଦ୍ରୀୟ ତଥା ପାଶ୍ୱବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୫ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ଆଣିବ ବଡ଼ ବର୍ଷା । ତେବେ ଏହାର ପ୍ରଭାବରେ ବଢିବ ବର୍ଷାର ପରିମାଣ । ଦକ୍ଷିଣରୁ ଉପକୂଳ ଓଡ଼ିଶା ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିପରି ୬ ତାରିଖରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା ୯ ତାରିଖ ଯାଏଁ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ମଧ୍ୟମଧରଣର ବର୍ଷାର ସମ୍ଭାବନା ରହିଛି । ଏହି ଲଘୁଚାପ ଜନିତ ବର୍ଷା ୭ରୁ ୮ ତାରିଖ ଯାଏଁ ଲାଗି ରହିବ । ଏହାକୁ ନେଇ ସତର୍କ ଜାରି କରିଛି ପାଣିପାଗ ବିଭାଗ ।

purusottam
Leave A Reply

Your email address will not be published.