ରାଜ୍ୟରେ ପ୍ରବଳ ବର୍ଷା : ପୂର୍ବାନୁମାନ କଲା ପାଣିପାଗ ବିଭାଗ

ଭୁବନେଶ୍ଵର : ବଙ୍ଗୋପସାଗରରେ ସୃଷ୍ଟି ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମୟୂରଭଞ୍ଜକୁ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ସେହିଭଳି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ, ବାଲେଶ୍ୱର ଓ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି । ତେବେ ୧୭ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ହ୍ରାସ ପାଇବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.