ସାରା ରାଜ୍ୟରେ ପ୍ରବଳ ବର୍ଷା : ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜିଠୁ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏନେଇ ଆଜି ପାଇଁ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବରଗଡ଼, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱର । ଏହି ସବୁ ଜିଲ୍ଲାକୁ ଆଜି ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ଆସନ୍ତାକାଲି ପାଇଁ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର ଓ ଯାଜପୁରରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.