centurian jitm

ରାଜ୍ୟରେ ଆଗାମୀ ୧୦ ତାରିଖ ଯାଏଁ ବର୍ଷା : ୫୦ରୁ ୬୦ କିମି ବେଗରେ ପବନ ବି ବହିପାରେ

ଭୁବନେଶ୍ୱର : ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ବର୍ଷା ହେବ । ସୋମବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଓ ଗଜପତିରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୫୦ରୁ ୬୦ କିମି ବେଗରେ ପବନ ବି ବହିପାରେ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ତେବେ ରବିବାର ସନ୍ଧ୍ୟାରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ସହିତ ବଜ୍ରପାତ ହୋଇଛି । ସୋମବାର ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି । ୪୦ରୁ ୫୦କିମି ବେଗରେ ପବନ ବି ବହିବ । ୬ ତାରିଖ (ମଙ୍ଗଳବାର) ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୭ ତାରିଖରେ ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ଅଛି ।୮ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତିରେ ସ୍ୱଳ୍ପରୁ ମଧ୍ୟମ ପରିମାଣର ବର୍ଷା ହୋଇପାରେ । ୯ ଓ ୧୦ ତାରିଖରେ ବି ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି ।

Leave A Reply

Your email address will not be published.