om academy

ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା : ୧୬ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

jsm

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ପୂର୍ବ ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ଦେଖାଯିବ ବୋଲି ଆଜି ଏନେଇ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ତେବେ ୧୬ ଜିଲ୍ଲାଗୁଡିକ ହେଲା – ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ବାଲେଶ୍ୱର, ଯାଜପୁର, ଭଦ୍ରକ, କୋରାପୁଟ, ମାଲକାନଗିରି, ରାୟଗଡ଼ା, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା ଏବଂ ଗଜପତି । ଏସବୁ ଜିଲ୍ଲାର କିଛି ସ୍ଥାନରେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ସୂଚନାରେ କୁହାଯାଇଛି ।

Leave A Reply

Your email address will not be published.

sixteen + twelve =