centurian jitm

୨୩ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା

nschool

ଭୁବନେଶ୍ୱର : ୨୩ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା । ଖରାରୁ ତାତିରୁ ମିଳିପାରେ ଆଶ୍ୱସ୍ତି । ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । କାଲିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ୪ ଦିନ ପର୍ଯ୍ୟନ୍ତ ଝଡ଼ ବର୍ଷା ହେବାର ସମ୍ଭାବନା ରହିଛି । ଅର୍ଦ୍ଧାଧିକ ଜିଲ୍ଲାରେ ଝଡ଼ ବର୍ଷା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ଉତ୍ତର ଏବଂ ଉପକୂଳରେ ମଧ୍ୟ ୨୨ ଏବଂ ୨୩ ତାରିଖରେ ବର୍ଷା ସମ୍ଭାବନା ରହିଛି । କିଛି କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଏବଂ କୁଆପଥର ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତାକାଲି ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ଯାଜପୁର ଏବଂ ଢେଙ୍କାନାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ହୋଇଛି । ସେହିପରି ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଗଞ୍ଜାମ, ଗଜପତି, ନୟାଗଡ଼, ଅନୁଗୁଳ, ଦେବଗଡ଼, ସମ୍ବଲପୁର ଏବଂ ଝାରସୁଗୁଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Leave A Reply

Your email address will not be published.