ମହିମୁଣ୍ଡା ଶିଶୁ ମନ୍ଦିରରେ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ମହିମୁଣ୍ଡାର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଅଶୋକ କୁମାର ରଥ ଯୋଗଦେଇ ଉଦ୍‌ଘାଟନ କରିଥିଲେ । ଖେଳ ଶେଷରେ ସମାରୋପ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ବୁଦ୍ଧଦେବ ନାଏକ, ଅବସର କ୍ରୀଡା ଶିକ୍ଷକ ଯୋଗଦେଇ ଭାଇ ଭଉଣୀ ମାନଙ୍କୁ କ୍ରୀଡାର ମହତ୍ ବିଷୟରେ କହିଥିଲେ । ଶିଶୁ ମନ୍ଦିରର ପ୍ରଧାନ ଆଚାର୍ଯ୍ୟ ଗୋପୀନାଥ ବଗର୍ତ୍ତୀ ଅତିଥି ମାନଙ୍କର ପରିଚୟ ପ୍ରଦାନ କରିଥିଲେ । ପରିଚାଳନା ସମିତିର ଉପସଭାପତି, ସମ୍ପାଦକ, କୋଷାଧ୍ୟକ୍ଷ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । ସମସ୍ତ ଗୁରୁଜୀ ଗୁରୁମା, ସେବକ ଓ ସେବିକା କ୍ରୀଡାକୁ ସଫଳ କରିବାରେ ପୂର୍ଣ୍ଣମାତ୍ରାରେ ସହଯୋଗ କରିଥିଲେ । ଉକ୍ତ କ୍ରୀଡା ଉତ୍ସବରେ ସମସ୍ତ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ ।

Leave A Reply

Your email address will not be published.