csstore

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ଲୋଇସିଂହାର ବାର୍ଷିକ ଉତ୍ସବ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକୋତ୍ସବ ଅନୁଷ୍ଠାନ ପରିସରରେ ଆୟୋଜିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ଶିକ୍ଷା ବିକାଶ ସମିତି ବଲାଙ୍ଗିର ସମ୍ଭାଗ ସଦସ୍ୟ କେଶବ ପଟେଲ, ପରିଚାଳନା ସମିତି ସଭାପତି ବିମଳ ହୋତା, ପ୍ରଧାନ ଆଚାର୍ଯ୍ୟ ଶିବପ୍ରସାଦ ବାରିକ, କୋଷାଧ୍ୟକ୍ଷ ବିଶ୍ଵନାଥ ଷଡ଼ଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ । ଛାତ୍ର ପ୍ରଭାତ ସାହୁ ଓ ଛାତ୍ରୀ ଖୁସିରଣା କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ କୋଷାଧ୍ୟକ୍ଷ ଶ୍ରୀ ଷଡ଼ଙ୍ଗୀ ଅତିଥି ପରିଚୟ ପ୍ରଦାନ ତଥା ପ୍ରଧାନ ଆଚାର୍ଯ୍ୟ ବାର୍ଷିକ ବିବରଣୀ ପାଠ କରିଥିଲେ । ଏହି ଅବସରରେ ଚଳିତ ମାଟ୍ରିକ ପରୀକ୍ଷାରେ ଟପ୍ପର ହୋଇଥିବା ଅନୁଷ୍ଠାନର ତିନିଜଣ ଛାତ୍ରୀ ସିମରନ ସାହୁ, ତୁଳସା କିଶାନ ଓ ପ୍ରତୀକ୍ଷା ରାଣୀ ପଧାନଙ୍କୁ ସମ୍ୱର୍ଦ୍ଧିତ କରାଯିବା ସହିତ କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା । ପ୍ରଧାନ ଆଚାର୍ଯ୍ୟ ଶିବ ପ୍ରସାଦ ବାରିକ ଧନ୍ୟବାଦ୍ ଅର୍ପଣ କରିଥିଲେ । ପରିଶେଷରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।

jayashree
Leave A Reply

Your email address will not be published.