ଦୁଲକିବନ୍ଧରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ଦୁଲକିବନ୍ଧ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା ସମିତି ଅଧ୍ୟକ୍ଷା ଚମ୍ପା ବେଣୁପାଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବାର୍ଷିକ ଉତ୍ସବରେ ଗୌନ୍ତିଆପଡା ଵିଦ୍ୟାଳୟର ପ୍ରଧାନ ଶିକ୍ଷକ ମୋହନ ମୁଣ୍ଡ ମୁଖ୍ୟ ଅତିଥୀ ଭାବେ ଯୋଗ ଦେଇଥିବାବେଳେ ଆଦିତ୍ୟ ମୁଣ୍ଡ ମୁଖ୍ୟବକ୍ତା ଏବଂ ସତ୍ୟାନନ୍ଦ ନାଏକ, ଶ୍ରୀବଲ୍ଲଭ ନାଏକ, ବିନାୟକ ମାଝୀ ସମ୍ମାନିତ ଅତିଥୀ ଭାବେ ଯୋଗ ଦେଇଥିଲେ । ପ୍ରଧାନ ଶିକ୍ଷକ ଭୀମସେନ ଭୋଇ ବାର୍ଷିକ ବିବରଣୀ ପାଠ କରିଥିଲେ । ଶିକ୍ଷୟିତ୍ରୀ ଦେବକୀ ସୁନାନୀ ଅତିଥୀ ମାନଙ୍କ ପରିଚୟ ପ୍ରଦାନ କରିଥିଲେ । ଶିକ୍ଷକ ରୁପେଶ ରଞ୍ଜନ ଖମାରୀ ମଞ୍ଚ ସଂଯୋଜନା ଏବଂ ଧନ୍ୟବାଦ ଅର୍ପଣ କରିଥିଲେ । ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । କୃତୀ ଛାତ୍ରଛାତ୍ରୀମାନଙ୍କୁ ଅତିଥୀ ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା ।

jittmm
Leave A Reply

Your email address will not be published.