ଆଇଡିଏମ୍ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ ‘ଅନମୋଲ ରିସ୍ତେ’

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗର ବାଗଭାଡ଼ି ଠାରେ ଥିବା ଅଗ୍ରଣୀ ଶିକ୍ଷାନୁଷ୍ଠାନ ଆଇଡିଏମ୍ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ ‘ଅନମୋଲ ରିସ୍ତେ’ ଶିକ୍ଷାନୁଷ୍ଠାନର ନିର୍ଦ୍ଦେଶିକା ସଂଧ୍ୟାରାଣୀ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟଅତିଥି ଭାବରେ ଭୁବନେଶ୍ୱର ସ୍ଥିତ ଓଡ଼ିଶା ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟର ନିର୍ଦ୍ଦେଶକ ପ୍ରଫେସର ଡ. ନଚିକେତା ଖମାରୀ ଶର୍ମା ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗଦର୍ଶନ କରିଥିଲେ । ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷା ବବିତା ମିଶ୍ର ବାର୍ଷିକ ବିବରଣୀ ପ୍ରଦାନ କରିଥିଲେ । ପରିଚାଳନା ନିର୍ଦ୍ଦେଶକ ଶଶିଭୂଷଣ ଦୀକ୍ଷିତ ବିଦ୍ୟାଳୟର ଗାରିମା ଓ ବିଭିନ୍ନ କ୍ଷେତ୍ରରେ ଛାତ୍ରଛାତ୍ରୀଙ୍କ ସଫଳତା ସମ୍ପର୍କରେ ବର୍ଣ୍ଣନା କରିଥିଲେ । ଛାତ୍ର ଆଦ୍ୟାନ୍ତ ଦୀକ୍ଷିତ, ମନୀଷ ମିଶ୍ର, ଅଧ୍ୟାପକ ଅରବିନ୍ଦ ମିଶ୍ର, ଶିକ୍ଷକ ଧନେଶ୍ୱର ଖରସେଲ ମଞ୍ଚ ପରିଚାଳନା କରିଥିଲେ । ନିଶାନ୍ତ ଦୀକ୍ଷିତ ମୁଖ୍ୟ ଅତିଥିଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ନିକଟରେ ମେଡିକାଲ ଓ ଆଇଆଇଟିରେ ନାମ ଲେଖାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଥିବା ଛାତ୍ରୀ କ୍ରିତିକା ରାଉଳ ଓ ପ୍ରଜ୍ଞା ପ୍ରିୟଦର୍ଶିନୀଙ୍କୁ ବିଦ୍ୟାଳୟ ପକ୍ଷରୁ ମୁଖ୍ୟଅତିଥି ସମ୍ବର୍ଦ୍ଧିତ କରିଥିଲେ । ପରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ସମସ୍ତ ଛାତ୍ରଛାତ୍ରୀ, ଅଭିଭାବକ ତଥା ବଲାଙ୍ଗିରର ବହୁ ବୁଦ୍ଧିଜୀବୀ ଯୋଗ ଦେଇଥିଲେ । ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, ଅଧ୍ୟାପକ, ଅଧ୍ୟାପିକା କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।

Leave A Reply

Your email address will not be published.