ଗୁଞ୍ଚିତରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସିରୋଲ କ୍ଲଷ୍ଟର ଗୁଞ୍ଚିତରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରଦ୍ଧାଞ୍ଜଳି ମହାନ୍ତିଙ୍କ ସଭାପତିତ୍ୱରେ ବିଦ୍ୟାଳୟର ବାର୍ଷିକ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ରୂପେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି କୁନୁ ସାହୁ, ପରିଚାଳନା କମିଟି ସଦସ୍ୟ /ସଦସ୍ୟା ତରୁଣ ପାତ୍ର, ହେମେନ୍ଦ୍ରି ଚନ୍ଦନ, ଭାନୁ ବାଗ ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ । ବିଦ୍ୟାଳୟ ତରଫରୁ ଦୌଡ, ଲଙ୍ଗ ଜମ୍ପ, ହାଇ ଜମ୍ପ, ପୁଚି, ମ୍ୟୁଜିକ ଚେୟାର, ବେଙ୍ଗ ଡିଆଁ ଭଳି ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଅତିଥି ବୃନ୍ଦଙ୍କ ଦ୍ୱାରା କୃତି ପ୍ରତିଯୋଗୀଙ୍କୁ ଟ୍ରଫି ଓ ମାନପତ୍ର ପ୍ରଦାନ କରାଯାଇଥିଲା । ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ ବିଚିତ୍ରା ପରିବେଷଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଶିକ୍ଷୟିତ୍ରୀ ସଫଳା ମିଶ୍ର, ଜୟମାଳିନୀ ପଟ୍ଟନାୟକ, ପ୍ରିୟଦର୍ଶିନୀ ସ୍ୱାଇଁ, ସରୋଜିନୀ ମିଶ୍ର, ଶିକ୍ଷକ ନୀଳମଣି ଦୀପ, ଅଭିଭାବକ /ଅଭିଭାବିକା ଓ ଛାତ୍ରଛାତ୍ରୀ ପ୍ରମୁଖ ସହଯୋଗ କରିଥିଲେ ।

Leave A Reply

Your email address will not be published.