କୁଲତାପଡା ହାଇସ୍କୁଲ ଠାରେ ବାର୍ଷିକ ଉତ୍ସବ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ଅନ୍ତର୍ଗତ କୁଲତାପଡା ହାଇସ୍କୁଲ ଠାରେ ପଞ୍ଚମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଏଥିରେ ଦେଓଗାଁ ବ୍ଲକର ପୂର୍ବତନ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଆଦ୍ୟ କୁମାର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଅଶୋକ ପ୍ରଧାନ, ରମା ଯୋଶୀ, ସ୍ୱାଧିନ ମନହୀରା, ପରମେଶ୍ଵର ବାଗ ଯୋଗଦେଇଥିଲେ । ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ବିଦ୍ୟାଳୟ ସ୍ତରରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏବଂ କୃତ୍ତି ଛାତ୍ରଛାତ୍ରୀମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ । ଏଥିରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ ।

Leave A Reply

Your email address will not be published.