oom

ମଣ୍ଡଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

jsmm

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ମଣ୍ଡଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମହା ସମାରୋହରେ ପାଳିତ ହୋଇଯାଇଛି । ପୂର୍ବତନ ପ୍ରଧାନ ଶିକ୍ଷକ ପ୍ରତାପ କିଶୋର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ମଧୁସ୍ମିତା ନାଏକ ମୁଖ୍ୟ ଅତିଥୀ ଭାବେ ଯୋଗ ଦେଇଥିବାବେଳେ ବ୍ଲକ ଉପାଧ୍ୟକ୍ଷ ଚିନ୍ତାମଣି ବେହେରା, ସରପଞ୍ଚ ତ୍ରୟମ୍ବକ ଭୋଇ, ସଞ୍ଜୟ କୁମାର ସାହୁ, ପ୍ରଧାନ ଶିକ୍ଷକ ତୃପ୍ତିରଞ୍ଜନ ରାଉତ ସମ୍ମାନିତ ଅତିଥୀ ଭାବେ ଯୋଗ ଦେଇଥିଲେ । ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ନୃସିଂହ ଚରଣ ପଣ୍ଡା ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ । ସର୍ବ ପ୍ରଥମେ ମୁଖ୍ୟ ଅତିଥୀ ଅଗ୍ରପୂଜ୍ୟ ଗଜାନନ ଏବଂ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ବାଗଦେବୀଙ୍କ ଫଟୋରେ ମାଲ୍ୟାର୍ପଣ କରି ମଞ୍ଚ ଉଦ୍‌ଘାଟନ କରିଥିଲେ । ଛାତ୍ରୀମାନେ ସ୍ୱାଗତ ସଙ୍ଗୀତ ଗାନ କରିଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତୃପ୍ତି ରଞ୍ଜନ ରାଉତ ସ୍ୱାଗତ ଅଭିଭାଷଣ ଏବଂ ବାର୍ଷିକ ବିବରଣୀ ପାଠ କରିଥିଲେ । ଅତିଥୀ ମାନେ ନିଜ ନିଜ ଅଭିଭାଷଣ ମାଧ୍ୟମରେ ବ୍ଲକର ସର୍ବ ପ୍ରାଚୀନ ମଣ୍ଡଳ ବିଶ୍ୱନାଥ ଉଚ୍ଚ ବିଦ୍ୟାଳକୁ ଏକ ମଣିଷ ତିଆରି କାରଖାନା ବୋଲି ମତବ୍ୟକ୍ତ କରି ଛାତ୍ରଛାତ୍ରୀ ମାନଙ୍କୁ ଭଲ ପାଠ ପଢିବା ସହ ଭଲ ମଣିଷ ହେବାପାଇଁ ପରାମର୍ଶ ଦେଇଥିଲେ । ବରିଷ୍ଠ ଶିକ୍ଷକ ବିଭୀଷଣ ପାନ ମଞ୍ଚ ପରିଚାଳନା କରିଥିବାବେଳେ ଅଧ୍ୟାପକ ଧନଞ୍ଜୟ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ । ଶିକ୍ଷୟିତ୍ରୀ ଅନିତା ସାହୁ ଏବଂ ଅଞ୍ଜୁ ମୁଣ୍ଡ ସାଂସ୍କୃତିକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଶେଷରେ ଛାତ୍ରଛାତ୍ରୀ ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରି ଉପସ୍ଥିତ ଅଭିଭାବକ ଅଭିଭାବିକା, ଜନସାଧାରଣଙ୍କୁ ମନ୍ତ୍ରମୁଗ୍ଧ କରିଦେଇଥିଲେ । ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଏବଂ କର୍ମଚାରୀ ମାନେ ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।

jittmm
Leave A Reply

Your email address will not be published.