ମୁରିବାହାଲ ପଞ୍ଚାୟତ ସମିତି ଡ଼ିଗ୍ରୀ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ‘ସୃଜନିକା’ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ସଦର ମହକୁମାରେ ଥିବା ପଞ୍ଚାୟତ ସମିତି ଡ଼ିଗ୍ରୀ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ‘ସୃଜନିକା’ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଡ଼ିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ସରୋଜ କୁମାର ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଲୋକସଭା ସାଂସଦ ପ୍ରତିନିଧି ଶ୍ରୀବତ୍ସ ବେହେରା ମୁଖ୍ୟ ଅତିଥି, ବ୍ଲକ ଅଧ୍ୟକ୍ଷ ହରିବନ୍ଧୁ ମେହେର, ସ୍ଥାନୀୟ ସରପଞ୍ଚ ବିଶ୍ୱବିହାରୀ ଯୋଶୀ, ଯୁକ୍ତ ଦୁଇ ଜୁନିୟର କଲେଜ ଅଧ୍ୟକ୍ଷ ରମେଶ ଚନ୍ଦ୍ର ମହାନନ୍ଦ, ବିଧାୟକ ପ୍ରତିନିଧି ଗଙ୍ଗାଧର ହେର୍ଣ୍ଣା, ଓଡିଆ ଅଧ୍ୟାପକ ଦିଲ୍ଲୀପ ପଶାୟତ ସମ୍ମାନିତ ଅତିଥି ରୂପେ ଯୋଗଦେଇଥିଲେ । ଡିଏଭି କଲେଜର ଅବସରପ୍ରାପ୍ତ ଅଧ୍ୟକ୍ଷ ଡ ଛାୟାକାନ୍ତ ଷଡ଼ଙ୍ଗୀ ମୁଖ୍ୟବକ୍ତା ରୂପେ ଯୋଗଦେଇ ବର୍ତ୍ତମାନର ଗୁରୁ ଓ ଶିଷ୍ୟ ମଧ୍ୟରେ ବଦଳୁଥିବା ସମ୍ପର୍କ ବିଷୟରେ ମତବ୍ୟକ୍ତ କରିଥିଲେ । କଲେଜର ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ରଖିଥିବା ତଥା ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀ, ଅଧ୍ୟାପକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଶେଷରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ଦୀର୍ଘ ସମୟ ପର୍ଯ୍ୟନ୍ତ ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ ଛାତ୍ରଛାତ୍ରୀ ସହଯୋଗ କରିଥିଲେ । ଅଧ୍ୟାପକ ଭ୍ରୀଙ୍ଗରାଜ ରଣା କାର୍ଯ୍ୟକ୍ରମ ସଂଯୋଜନା ଓ ଅଧ୍ୟାପକ ସୋମେଶ ଦତ୍ତ ହୋତା ଧନ୍ୟବାଦ ଦେଇଥିଲେ ।

Leave A Reply

Your email address will not be published.