ଧାତୁକିପାଲି ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ କ୍ଲଷ୍ଟରସ୍ଥିତ ଧାତୁକିପାଲି ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ସ୍ୱୟଂସହାୟକ ଗୋଷ୍ଠୀ ସଭାନେତ୍ରୀ ଉର୍ମିଳା ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଅବସରପ୍ରାପ୍ତ ଶିକ୍ଷକ ଲୋକନାଥ ଦଣ୍ଡସେନା ମୁଖ୍ୟ ଅତିଥି, ସିଆରସିସି ନରେନ୍ଦ୍ର ପୁରୋହିତ ମୁଖ୍ୟ ବକ୍ତା, ବରିଷ୍ଠ ନାଗରିକ ରଘୁମଣି ପଧାନ ସମ୍ମାନିତ ଅତିଥିଭାବେ ଉପସ୍ଥିତ ଥିଲେ । ପ୍ରଧାନ ଶିକ୍ଷକ ମୋହନଚରଣ ନାଏକ ବାର୍ଷିକ ବିବରଣୀ ପଠନ କରିଥିବାବେଳେ ଶିକ୍ଷକ ହାରାଧନ ରଣା ସଭାପରିଚାଳନା ଓ ଧନ୍ୟବାଦ ଅର୍ପଣ କରିଥିଲେ । ବାର୍ଷିକ କ୍ରୀଡା ପ୍ରତିଯୋଗିତାରେ ତଥା ବିଭିନ୍ନ ସମୟରେ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତା, ତଥା ପ୍ରଥମ ସମାପ୍ତିସୂଚକ ମୂଲ୍ୟାୟନରେ ଶ୍ରେଣୀରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀଙ୍କୁ ପ୍ରମାଣପତ୍ର ସହିତ ପୁରସ୍କାର ଦିଆଯାଇଥିଲା । ଛାତ୍ରଛାତ୍ରୀଙ୍କ ଦ୍ୱାରା ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ଦର୍ଶକଙ୍କ ମନମୋହିଥିଲା । ସମସ୍ତ ଛାତ୍ରଛାତ୍ରୀ, ଅବିଭାବକ, ବିଦ୍ୟାଳୟ ପରିଚାଳନା କମିଟି ସଭ୍ୟସଭ୍ୟା, ଧାତୁକିପାଲି ଗ୍ରାମବାସୀ ସହଯୋଗ କରିଥିଲେ ।

Leave A Reply

Your email address will not be published.