ସୁବର୍ଣ୍ଣପୁର, (କେପିଏନ୍ଏସ୍) : ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଇଚ୍ଛାପୁର କ୍ଲଷ୍ଟର ଅନ୍ତର୍ଗତ ତିଳେଇମାଲ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ସ୍ଥାନୀୟ ଖେଳପଡିଆ ରେ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ପ୍ରକାଶଚନ୍ଦ୍ର ବାରିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ଗୋକୁଳ ଘିବେଲା ମୁଖ୍ୟ ଅତିଥିଭାବେ ଯୋଗଦେଇ ଦୀପ ପ୍ରଜ୍ୱଳନ ପୂର୍ବକ ଉଦ୍ଘାଟନ କରିଥିଲେ । ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ବର୍ଗରେ ଦୌଡ଼, ଉଚ୍ଚ ଡିଆଁ, ଲମ୍ବ ଡିଆଁ, ସଟ ପୁଟ, ଡିସ୍କସ ଥ୍ରୋ, ମ୍ୟୁଜିକ ଚେୟାର, ପୁଚି ପରି ଇଭେଣ୍ଟରେ ଖେଳ ଅନୁଷ୍ଠିତ ହୋଇଥିଲା । ଖେଳାଳୀ ଦିଲ୍ଲୀପ ଦୀପ ଓ କ୍ରିଷ୍ଣା ଘିବେଲା ଖେଳ ପରିଚାଳନା କରିଥିଲେ । ବିଦ୍ୟାଳୟ ପରିଚାଳନା କମିଟି ସଭ୍ୟସଭ୍ୟା ଓ ପାଚିକାମାନେ ସହଯୋଗ କରିଥିଲେ । ଶେଷରେ ଶିକ୍ଷକ ରମେଶ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।