ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସହରର ଟିକ୍ରାପଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ପ୍ରଧାନ ଶିକ୍ଷୟିତ୍ରୀ ବିଣାପାଣୀ ତ୍ରିପାଠୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ପାର୍ବଣରେ ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ମୁଖ୍ୟ ଅତିଥି ଓ ଶିଶୁ ବିକାଶ କେନ୍ଦ୍ରର ସଭାପତି ମଦନ ମୋହନ ରଥ ମୁଖ୍ୟବକ୍ତା ଭାବେ ଯୋଗଦେଇ ଶିଶୁମାନଙ୍କୁ ଉତ୍ତମ ନାଗରିକ ଭାବେ ଗଢି ତୋଳିବା ଓ ରାଷ୍ଟ୍ର ଗଠନରେ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କର ପ୍ରମୁଖ ଭୂମିକା ରହିଛି ବୋଲି ମତବ୍ୟକ୍ତ କରିଥିଲେ । ସଭା ଆରମ୍ଭରୁ ସରସ୍ୱତୀ ଓ ଗଣେଷଙ୍କ ପ୍ରତିକୃତିରେ ପୁଷ୍ପମାଲ୍ୟ, ଧୂପ ଓ ଦୀପ ପ୍ରଦାନ କରାଯାଇଥିଲା । ବିଦ୍ୟାଳୟର ଛାତ୍ରୀମାନେ ପ୍ରାରମ୍ଭିକ ସଂଗୀତ ଗାନ କରିଥିଲେ । ପୂର୍ବରୁ ହୋଇଯାଇଥିବା କ୍ରୀଡା ପ୍ରତିଯୋଗିତା, ପ୍ରବଂଧ, ବକ୍ତୃତା, ଝୋଟି, ସଂଗୀତ ଓ ନୃତ୍ୟ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା । ସମସ୍ତ କାର୍ଯ୍ୟକ୍ରମକୁ ପ୍ରିୟମ୍ବଦା ଦାଶ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟର ପରିଚାଳନା ସମିତିର ସଭାପତି ମଂଜୁ ଗାଏଗରିଆ ଓ ସଭ୍ୟ ସଭ୍ୟାମାନେ ଏବଂ ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ । ଶେଷରେ ଲକ୍ଷ୍ମୀପ୍ରିୟା ନେପାକ ଧନ୍ୟବାଦ ଅର୍ପଣ କରିଥିଲେ ।