csstore

କନ୍ଧପାଲି ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଉଦ୍‌ଯାପିତ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ କଛାରପାଲି ଅନ୍ତର୍ଗତ କନ୍ଧପାଲି ପ୍ରାଥମିକ ସ୍କୁଲର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଜ୍ୟୋସ୍ନାଞ୍ଜଳି ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଏବିଇଓ ଅଜିତ ମିଶ୍ର, ମୁଖ୍ୟବକ୍ତା ଭାବେ ସିଆର୍‌ସିସି ସୁଶାନ୍ତ ମହାନ୍ତି, ସମ୍ମାନିତ ଅତିଥି ଭାବେ ବ୍ରହ୍ମଣୀଜୋର ସିଆର୍‌ସିସି ମଣ୍ଟୁ ସାମଲ ଅନ୍ୟାନ୍ୟ ସ୍କୁଲ ପରିଚାଳନା କମିଟି ସଭାପତି, ଆଶା, ଅଙ୍ଗନୱାଡ଼ି କର୍ମୀ ଯୋଗ ଦେଇଥିଲେ । ପ୍ରଧାନ ଶିକ୍ଷୟିତ୍ରୀ ଜ୍ୟୋସ୍ନାଞ୍ଜଳୀ ସାହୁ ବାର୍ଷିକ ବିବରଣୀ ପାଠ କରିଥିଲେ । ଏହି ଅବସରରେ ସହକାରୀ ଶିକ୍ଷୟିତ୍ରୀ ଶ୍ରୀମତୀ ଆରତୀ ଦାନୀ ଓ ଏବିଇଓ ଅଜିତ ମିଶ୍ରଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା । ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀଙ୍କୁ ଅତିଥିଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା । ଛାତ୍ରଛାତ୍ରୀ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ପରିଚାଳନା କମିଟି ସଭ୍ୟ, ସଭ୍ୟା ତଥା ଗ୍ରାମବାସୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ଶିକ୍ଷୟିତ୍ରୀ ଶ୍ରୀମତୀ ଆରତୀ ଦାନୀ ଧନ୍ୟବାଦ୍ ଅର୍ପଣ କରିଥିଲେ ।

jayashree
Leave A Reply

Your email address will not be published.