csstore

ଜରାସିଂହା ମାଲିପଡ଼ା ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଉଦ୍‌ଯାପିତ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଜରାସିଂହା ମାଲିପଡ଼ା ସରକାରୀ ନୂତନ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଅନୁପ ମେହେର ଏବଂ ସନ୍ନ୍ୟାସୀ ମେହେରଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଦେଓଗାଁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରିୟ ରଂଜନ କୁମ୍ଭାର ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ସିଆର୍‌ସିସି ନିର୍ମଳା ସାହୁ, ଜ୍ୟୋତିରଞ୍ଜନ ଷଡ଼ଙ୍ଗୀ, ସ୍ଥାନୀୟ ସରପଞ୍ଚ କୁଶମଣୀ ମେହେର, ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ଗୁଣନିଧି ଲାଲ ଓ ମୁଖ୍ୟ ବକ୍ତା ଭାବେ ଏବିଇଓ ଦାଶରଥି ଥନାପତି ଯୋଗ ଦେଇଥିଲେ । ଛାତ୍ରୀମାନଙ୍କ ଦ୍ଵାରା ସ୍ୱାଗତ ସଙ୍ଗୀତ ପରିବେଷଣ ପରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ଅତିଥିମାନେ ଛାତ୍ରଛାତ୍ରୀମାନଙ୍କୁ ବକ୍ତବ୍ୟ ପ୍ରଦାନ କରିଥିଲେ । ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ଅତିଥିମାନଙ୍କ ଦ୍ଵାରା ପୁରସ୍କାର ପ୍ରଦାନ ଉତ୍ସବ ସହ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଥିଲା ।

jayashree
Leave A Reply

Your email address will not be published.