ପାଇକମାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସଵ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସଵ ପ୍ରଧାନ ଶିକ୍ଷକ ସୁଶାନ୍ତ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶୁଭମ କୁମାର ପତି, ସମ୍ମାନିତ ଅତିଥି ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ରାଧେଶ୍ୟାମ ମେହେର, ଧଳେନ୍ଦ୍ର କୁମାର ବାରିକ, ଅବସର ପ୍ରାପ୍ତ ଶିକ୍ଷକ ଡୋଳାମଣି ମାହାର, ପାଇକମାଲ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ରଞ୍ଜନ ବାଗ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ପ୍ରଦୀପ କୁମାର ପ୍ରଧାନ ପ୍ରମୁଖ ମଞ୍ଚାସୀନ ଥିଲେ । ପ୍ରଧାନ ଶିକ୍ଷକ ବାର୍ଷିକ ବିବରଣୀ ପଠନ କରିଥିଲେ । ବିଦ୍ୟାଳୟର ପୂର୍ବତନ ଦୁଇ ଜଣ ପ୍ରଧାନ ଶିକ୍ଷକ ରମେଶ ଚନ୍ଦ୍ର ମିଶ୍ର ଓ ପବିତ୍ରା ପାଣିଗ୍ରାହୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ସ୍କୁଲର ଛାତ୍ରଛାତ୍ରୀ ଓ ଅନୁସଙ୍ଗିକ ବ୍ୟବସ୍ଥାର ଉତ୍ତରୋତ୍ତର ଉନ୍ନତି କାମନା କରି ଦେଖି ଅତିଥି ଗଣ ଖୁସିବ୍ୟକ୍ତ କରିଥିଲେ । ଏହି ଅବସରରେ ବାର୍ଷିକ କ୍ରୀଡା ପ୍ରତିଯୋଗିତାରେ କୃତି ଅର୍ଜନ କରିଥିବା ବିଦ୍ୟାର୍ଥୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମ ଶେଷରେ ସହକାରୀ ଶିକ୍ଷକ ନିରଞ୍ଜନ ଦୀପ ସମସ୍ତ ଅତିଥି, ଅଭିଭାବକ ଓ ଉପସ୍ଥିତ ଛାତ୍ରୀଛାତ୍ରଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବିଶେଷ ସହଯୋଗ ସହ ଯମୁନା କନ୍ଧୁଣି ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶାନ୍ତ କୁମାର ପଣ୍ଡା ଓ ଅନ୍ୟାନ୍ୟ ଶିକ୍ଷୟତ୍ରୀ ଗଣ ଅଂଶ ଗ୍ରହଣ କରିଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ବିଦ୍ୟାଳୟର କ୍ରୀଡା ଶିକ୍ଷକ ନାରାୟଣ ନାଏକ, ସହକାରୀ ଶିକ୍ଷୟତ୍ରୀ ସୋନାଲି ମହାଳିକ, ହୀରାବତୀ ମହାପାତ୍ର, ସାବିତ୍ରୀ ସାହୁ ସହଯୋଗ କରିଥିଲେ ।

jittmm
Leave A Reply

Your email address will not be published.