
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଡଙ୍ଗରପଡ଼ା ପଞ୍ଚାୟତ ମୁଖ୍ୟାଳୟ ସ୍ଥିତ ଡଙ୍ଗରପଡ଼ା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଶଙ୍କର ତାଣ୍ଡିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ମୁରିବାହାଲ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ କୈଳାସ ଚନ୍ଦ୍ର ଭୋଇ,ସମ୍ମାନିତ ଅତିଥି ଡ଼ଙ୍ଗରପଡ଼ା ସରପଞ୍ଚ ରାମଦାସ ମହାକୁର, ସାମାଜିକ କର୍ମୀ କପିଳାସ ଭୋଇ, ମୁଖ୍ୟବକ୍ତା ରୂପେ ସିଆରସିସି ପ୍ରମୋଦ କୁମାର କର୍ମୀ ଯୋଗଦେଇଥିଲେ । ପ୍ରଧାନଶିକ୍ଷକ ଲଳିତ ମୋହନ ଭୋଇ ପ୍ରାରମ୍ଭିକ ବକ୍ତବ୍ୟ ପ୍ରଦାନ କରିଥିଲେ । ବାଗଦେବୀ ସରସ୍ୱତୀଙ୍କ ଫଟୋ ଚିତ୍ରରେ ପୂଜାର୍ଚ୍ଚନା ପରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା । ଅତିଥି ମାନଙ୍କୁ ଉପଢୌକନ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ଶିକ୍ଷା ହିଁ ସମାଜର ମେରୁଦଣ୍ଡ, ସମାଜ ଗଠନରେ ଶିକ୍ଷାର ଭୂମିକା ଗୁରୁତ୍ୱପୂର୍ଣ୍ଣ ଶିକ୍ଷା ବିନା ମଣିଷ ଜୀବନ ପୂର୍ଣ୍ଣାଙ୍ଗ ହୋଇପାରେ ନାହିଁ ବୋଲି ଅତିଥି ଗଣ ମତବ୍ୟକ୍ତ କରିଥିଲେ । ଏହି ଅବସରରେ ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା । ଗ୍ରାମର ଦିଗସନ ଭୋଇ, ବ୍ରାହ୍ମଣ ତାଣ୍ଡି, ଦେବରାଜ ଲୁହା, ୱାର୍ଡ ସଭ୍ୟ ଦାନ ଯାନୀ ପ୍ରମୁଖ ଉପସ୍ଥିତ ଥିଲେ । ବିଦ୍ୟାଳୟର ଶିକ୍ଷକ ଶୁଭକାନ୍ତ ସାହୁ, ବେଣୁଧର ମେହେର, ଶିକ୍ଷୟିତ୍ରୀ ଭାରତୀ ସିଂ ବରିହା, ରାଜଶ୍ରୀ ମହାନ୍ତି, ରାଜସ୍ମିତା ମହାପାତ୍ର ପ୍ରମୁଖ ସହଯୋଗ କରିଥିଲେ । ଶେଷରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା ।