csstore

ଗଇଁତାପଡା ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ଗଇଁତାପଡା ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଧୁମଧାମରେ ପାଳିତ ହୋଇଯାଇଛି । ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ତୁରେକେଲା ସରପଞ୍ଚ ଜଳନ୍ଧର ମହାକୁଡ଼ ମୁଖ୍ୟ ଅତିଥି, ଭୁତପୂର୍ବ ସରପଞ୍ଚ ସନ୍ତୋଷ ମାଝୀ, ସମିତି ସଭ୍ୟା ପଦ୍ମା ସମରଥ, ଭାଗୀରଥୀ ରଣା ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦେବ ବଗର୍ତ୍ତୀ ସଭା ପରିଚାଳନା ଓ ଶିକ୍ଷକ ସୁନୀଲ ରଞ୍ଜନ ସଲତାର ଧନ୍ୟବାଦ ଅର୍ପଣ କରିଥିଲେ । ପୂଜାର୍ଚ୍ଚନା ପରେ ଅତିଥି ମାନଙ୍କୁ ପୁଷ୍ପଗୁଚ୍ଛ ଓ ଉପଢୌକନ ଦେଇ ସମ୍ମାନିତ କରାଯାଇଥିଲା । ତାପରେ ଛାତ୍ରଛାତ୍ରୀ ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ଆଗରୁ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । ମୁଖ୍ୟ ବକ୍ତା ଶ୍ରୀ ଦାଶ ଉପସ୍ଥିତ ସମସ୍ତଙ୍କୁ ଗଳ୍ପ ମାଧ୍ୟମରେ ପରିବେଶ ସୁରକ୍ଷା ଓ ଜଙ୍ଗଲ ରକ୍ଷା ଉପରେ ଆଲୋକପାତ କରିଥିଲେ । ଏହି କାର୍ଯ୍ୟକ୍ରମକୁ ସଫଳ କରିବାରେ ଗ୍ରାମବାସୀ ସହଯୋଗ କରିଥିଲେ ।

jayashree
Leave A Reply

Your email address will not be published.