ଶିକ୍ଷା ନିକେତନର ଊନବିଂଶତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ାର ଅଗ୍ରଣୀ ଶିକ୍ଷାନୁଷ୍ଠାନ “ଶିକ୍ଷା ନିକେତନ”ର ଊନବିଂଶତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି । ସଭା ପ୍ରାରମ୍ଭ ପୂର୍ବରୁ ଫୁଲ୍ଓ୍ଵାମା ଶହୀଦଙ୍କ ଉଦ୍ଦେଶ୍ୟରେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା । ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିଧାୟକ ଚକ୍ରମଣି କହଁର ଯୋଗ ଦେଇ ଆନୁଷ୍ଠାନିକ ଭାବେ ପ୍ରଦୀପ ପ୍ରଜ୍ଜଳନ କରି ଉଦ୍‌ଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବେ କନ୍ଧମାଳ ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଲିକ, ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ, ଅନୁଷ୍ଠାନର ପ୍ରତିଷ୍ଠାତା ତଥା ସଭାପତି ରାଜକିଶୋର ପାଢ଼ୀ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ । ଅଧ୍ୟକ୍ଷା ରେଖାରାଣୀ ମହାପାତ୍ର ବାର୍ଷିକ ବିବରଣୀ ପଠନ କରିଥିଲେ । ବି. ମଲ୍ଲ, ଡ଼.ବିଭୂତି ଭୂଷଣ ଆଚାର୍ଯ୍ୟ, ଭଗବତୀ ଦେଇ, ସଚଳା ମିଶ୍ର, ସନ୍ତୋଷ କୁମାର ପାତ୍ର ପ୍ରମୁଖ ଉପଦେଷ୍ଟା ମଣ୍ଡଳୀର ସଦସ୍ୟ ସଦସ୍ୟାମାନେ ଯୋଗ ଦେଇଥିଲେ । ସନ୍ଧ୍ୟାରେ ଅନୁଷ୍ଠାନର ଶିଶୁ କିଶୋର କଳାକାରମାନେ ଅଭିନୟ କରି ଦର୍ଶକଙ୍କୁ ବେଶ୍ ମନ କିଣି ପାରିଥିଲେ । ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ଶେଷରେ ଶ୍ରୀ ପାଢ଼ୀ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.