ଡେଲାଙ୍ଗ ଉଚ୍ଚ ମାଧ୍ୟମିକ ସ୍କୁଲର ବାର୍ଷିକ ଉତ୍ସବ ଅନୁଷ୍ଠିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ଉଚ୍ଚ ମାଧ୍ୟମିକ ସ୍କୁଲର ବାର୍ଷିକ ଉତ୍ସବ -୨୦୨୩ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ସ୍ଥାନୀୟ ବିଧାୟକ ରୁଦ୍ର ପ୍ରତାପ ମହାରଥି ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଜିଲ୍ଲା ପରିଷଦ ସଭ୍ୟ ପ୍ରସନ୍ନ କୁମାର ସାହୁ ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ରୁପେ ଡେଲାଙ୍ଗ ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଲାବନେନ୍ଦୁ ମାହାନ୍ତି, ବ୍ଲକ ଉପାଧ୍ୟକ୍ଷ ଦୁର୍ବାଷା ନିଶଙ୍କ, ଗାଦିବ୍ରହ୍ମ ଡ଼ିଗ୍ରୀ କଲେଜର ଅଧ୍ୟକ୍ଷ ଡକ୍ଟର ସରୋଜ କୁମାର୍ ପଣ୍ଡା, ଅତୁଲ କୁମାର ଦାସ ପ୍ରମୁଖ ଯୋଗ ଦେଇଥିଲେ । ବିଦ୍ୟାଳୟ ଛାତ୍ରଛାତ୍ରୀମାନେ ସ୍ୱାଗତ ସଙ୍ଗୀତ ଗାନ କରିଥିବା ବେଳେ ଅତିଥିମାନେ ଦୀପ ପ୍ରଜ୍ୱଳନ କରି ଉତ୍ସବର ଶୁଭାରମ୍ଭ କରିଥିଲେ । ବିଦ୍ୟାଳୟର ଅଧ୍ୟାପକ ଡକ୍ଟର ଘନଶ୍ୟମ ସ୍ୱାଇଁ ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିବା ବେଳେ ଅଧ୍ୟାପକ ସରୋଜ ବଳିଆରସିଂହ ସ୍କୁଲର ବାର୍ଷିକ ବିବରଣୀ ପାଠ କରିଥିଲେ । ବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ଶରତ ଚନ୍ଦ୍ର ବିଶ୍ୱାଳ ସଭାପତିତ୍ଵ କରିବା ସହ ବିଦ୍ୟାଳୟର ବିଭିନ୍ନ ସମସ୍ୟା ସମ୍ପର୍କରେ ଅତିଥିମାନଙ୍କର ଦୃଷ୍ଟି ଆକର୍ଷଣ କରିଥିଲେ । ବିଦ୍ୟାଳୟର କୃତି ଛାତ୍ରଛାତ୍ରୀମାନଙ୍କୁ ଅତିଥିମାନଙ୍କ ଦ୍ଵାରା ପ୍ରମାଣ ପତ୍ର, ଉପଢୌକନ ଓ ପୁରସ୍କାର ବିତରଣ କରାଯାଇଥିଲା । ଶେଷରେ ଅଧ୍ୟକ୍ଷ ଡକ୍ଟର ବିଶ୍ୱାଳ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

Leave A Reply

Your email address will not be published.