ବିଦ୍ୟାନଗରୀ ସରକାରୀ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୬ ସ୍ଥିତ ବିଦ୍ୟାନଗରୀ ସରକାରୀ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଶ୍ବକପ ହକିକୁ ଆଖି ଆଗରେ ରଖି ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ରଶ୍ମିବାଳା ମହାପାତ୍ରଙ୍କ ସଭାପତିତ୍ବ ଓ ମୁଖ୍ୟବକ୍ତା ତଥା ସଂଯୋଜକ ସିଆରସିସି ଦୀପକ କୁମାର ସାମଲଙ୍କ ସଂଯୋଜନାରେ କବି କୁଞ୍ଜବିହାରୀ ରାଉତ ମୁଖ୍ୟଅତିଥି ଓ ସମ୍ମାନିତ ଅତିଥି ଭାବେ ପ୍ରାକ୍ତନ ଶିକ୍ଷକ ତଥା ଜାତୀୟ ଫୁଟବଲ ରେଫ୍ରି ଭାସ୍କର ନନ୍ଦ, ସେକ୍ଟର ୧୬ ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ କବିତା ପତି, ସେକ୍ଟର ୭ ପାହାଡପୁର ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସାରଥି ଜେନା ପ୍ରମୁଖ ଯୋଗଦେଇଥିଲେ । ଅନ୍ୟତମ ଅତିଥି ଭାବେ ବିଦ୍ୟାଳୟର ପ୍ରତିଷ୍ଠାତା ସଦସ୍ୟ ବସନ୍ତ କୁମାର ଦାସ, ଅମରନାଥ ଜେନା ଓ ହରିହର ଦାଶ ପ୍ରମୁଖ ଉପସ୍ଥିତ ଥିଲେ । ଅତିଥି ମାନେ ସେମାନଙ୍କ ବକ୍ତବ୍ୟରେ କହିଲେ ଯେ, ଆଚରଣ ଓ ଉଚ୍ଚାରଣର ସମନ୍ବୟ ସହ ଛାତ୍ରଛାତ୍ରୀ ମାନେ ଗୁରୁଜନ ତଥା ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ସମ୍ମାନ ଦେବା ଉଚିତ । ଏହା ସହ ସୁନାଗରିକ ହେବା ପାଇଁ ପରାମର୍ଶ ଦେଇଥିଲେ । ପ୍ରାରମ୍ଭରେ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ମହାପାତ୍ର ସ୍ୱାଗତ ଭାଷଣ, ଅତିଥି ପରିଚୟ ଓ ବାର୍ଷିକ ବିବରଣୀ ପାଠ କରିଥିଲେ । ଏହି ଅବସରରେ ଛାତ୍ର ଛାତ୍ରୀ ମାନେ ସ୍ବାଗତ ସଂଗୀତ ସହ ସାଂସ୍କୃତିକ କାର୍ୟ୍ୟକ୍ରମ ପରିବେଷଣ କରିଥିଲେ । ଏହା ସହ ପୂର୍ବରୁ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ବ ହାସଲ କରିଥିବା ପ୍ରତିଯୋଗୀ ମାନଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ । ବିଦ୍ୟାଳୟ ତରଫରୁ ପ୍ରତିଷ୍ଠାତା ସଦସ୍ୟ ମାନଙ୍କୁ ତଥା ପାଚିକା ଗଣଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ପରିଚାଳନାରେ ବିଦ୍ୟାଳୟର ଶିକ୍ଷୟିତ୍ରୀ ଜ୍ୟୋସ୍ନାମୟୀ ରାଉତ, ସଚଳା ବାରିକ, କିରଣବାଳା ସାହୁ ଓ ସମାଜସେବୀ ନୃସିଂହନାଥ ପାଣିଗ୍ରାହୀ ତଥା ପାଚିକାଗଣ କନକଲତା ସାମଲ, ମମତା ନାୟକ ଓ ଟିକିନା ବେହୁରିଆ ପ୍ରମୁଖ ସହଯୋଗ କରିଥିବା ବେଳେ ଶେଷରେ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.

error: Content is protected !!