ଗୋଖରକୁଦା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦ୍ୱାଦଶତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ଗୋଖରକୁଦା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦ୍ୱାଦଶତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ସଂଯୁକ୍ତା ପ୍ରଧାନ, ସମ୍ମାନିତ ଅତିଥି ଏସ୍‌ ସୁଜାତା ରେଡ଼ି, ହରପ୍ରିୟା ଜେନା, ମୁଖ୍ୟବକ୍ତା ଶିକ୍ଷକ କୃଷ୍ଣଚନ୍ଦ୍ର ନାହାକ ପ୍ରମୁଖ ମଞ୍ଚାସୀନ ଥିଲେ । ସ୍କୁଲ ପରିଚାଳନା କମିଟି ସଭାପତି ଜାନକୀ ଆମ୍ମା ସଭାପତିତ୍ୱ କରିଥିଲେ । ପ୍ରଧାନ ଶିକ୍ଷକ ଦୁର୍ଗା ପ୍ରସାଦ ପଟ୍ଟନାୟକ ବାର୍ଷିକ ବିବରଣୀ ପଠନ କରିଥିବା ବେଳେ ଶିକ୍ଷକ ରଘୁନାଥ ସାହୁ ମଞ୍ଚ ପରିଚାଳନା କରିଥିଲେ । ସ୍କୁଲର ବିଭିନ୍ନ ଆନୁସଙ୍ଗିକ ବ୍ୟବସ୍ଥାକୁ ଅତିଥିମାନେ ଖୁସିବ୍ୟକ୍ତ କରିଥିଲେ । ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ୫୩ ଜଣ ବିଦ୍ୟାର୍ଥୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମ ଶେଷରେ ରଘୁନାଥ ସାହୁ ସମସ୍ତ ଅତିଥି, ଅଭିଭାବକ ଓ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ପରେ ସଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

Leave A Reply

Your email address will not be published.

19 + 9 =