om academy

ବଲାଣି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ

jsm

ରାଉରକେଲା, (ସସ୍ମିତା ପ୍ରଧାନ) : ଲାଠିକଟା ସ୍ଥିତ ବଲାଣି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକୋତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସସ୍ମିତା ମହାନ୍ତିଙ୍କ ସଭାପତିତ୍ୱ ଓ ଶିକ୍ଷୟିତ୍ରୀ ସୁଚେତା ଦାସଙ୍କ ସଂଯୋଜନାରେ ଆୟୋଜିତ ଏହି ଉତ୍ସବରେ ପ୍ରାକ୍ତନ ସିଆର୍‌ପିଏଫ୍‌ ଡିଆଇଜି ଦୟାନିଧି ତନ୍ତୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । ଅନ୍ୟ ସମ୍ମାନିତ ଅତିଥିଙ୍କ ମଧ୍ୟରେ ଲାଠିକଟା ବିଇଓ ଦେବେନ୍ଦ୍ର ସା, କୁତ୍ରା ବିଇଓ ଶରତ କୁମାର ପତି, ବଲାଣିର ସରପଞ୍ଚ ଅର୍ଜୁନ ଏକ୍କା, ସହ ଶିକ୍ଷାଧିକାରୀ ସିଲବିୟା ଏକ୍କା, ମୀନା ଓ ସିଆ୍‌ରସିସି ପ୍ରଭାକର ସ୍ୱାଇଁ, ମଥୁରା ତନ୍ତୀ ପ୍ରମୁଖ ଯୋଗଦେଇ ଥିଲେ । ମୁଖ୍ୟ ଅତିଥି ଶ୍ରୀ ତନ୍ତୀ ଓ ଅନ୍ୟ ଅତିଥିମାନେ ଛାତ୍ରଛାତ୍ରୀମାନଙ୍କୁ ଶିକ୍ଷା ତଥା ସମାଜ ପ୍ରତି ନିଜର ଅଙ୍ଗୀକାର ବଦ୍ଧତା ଓ ଉତ୍ତମ ଛାତ୍ର ହେବାପାଇଁ ପରାମର୍ଶ ଦେଇଥିଲେ । ଏହି ଅବସରରେ ଛାତ୍ରଛାତ୍ରୀମାନେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ସେହିପରି ପୂର୍ବରୁ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ । ଶେଷରେ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିବା ବେଳେ ଏଥିରେ ସ୍ଥାନୀୟ ଅଞ୍ଚଳର ବହୁ ଅଭିଭାବକ ଯୋଗ ଦେଇଥିଲେ ।

Leave A Reply

Your email address will not be published.