oom

ଟ୍ରକକୁ ପଛରୁ ପିଟିଲା ଯାତ୍ରୀବାହୀ ବସ୍

jsmm

କଳାହାଣ୍ଡି : କଳାହାଣ୍ଡି ଜୁନାଗଡ଼ ଚାରବାହାଲ ଛକରେ ଦୁର୍ଘଟଣା । ରାସ୍ତାରେ ଛିଡ଼ା ହୋଇଥିବା ଟ୍ରକ୍‌କୁ ପଛ ପଟୁ ପିଟିଲା ଯାତ୍ରୀବାହୀ ବସ୍‌ । ଯେଉଁଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପାଞ୍ଚ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ରଘୁନାଥ ଟ୍ରାଭେଲ ନାମକ ଏକ ଯାତ୍ରୀବାହୀ ବସ୍‌ ଭୁବନେଶ୍ୱରରୁ ଉମରକୋଟ ଯାଉଥିଲା । ବିଳମ୍ବିତ ରାତି ୩ଟା ୩୦ ସମୟରେ ଭାବନୀପାଟଣା-କୋରାପୁଟ ଜାତୀୟ ରାଜପଥ ୨୬ ଜୁନାଗଡ଼ ଥାନା ଚାରବାହଲ ଛକ ନିକଟରେ ରାସ୍ତାରେ ଛିଡ଼ା ହୋଇଥିବା ଟ୍ରକକୁ ପଛ ପଟୁ ଧକ୍କା ଦେଇଛି ବସ୍‌ । ଯାହାଫଳରେ ବସ୍‌ରେ ଥିବା ଜଣେ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ହୋଇଥିବାର ସୂଚନା ମିଳିଛି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ଜୁନାଗଡ଼ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

jittmm
Leave A Reply

Your email address will not be published.