jayashree

ଓଡ଼ିଶାକୁ ୫୦୦ କୋଟିର ବାତ୍ୟା ସହାୟତା ଘୋଷଣା କଲେ କେନ୍ଦ୍ର ସରକାର

ଭୁବନେଶ୍ୱର : ଓଡ଼଼ିଶାକୁ ୫୦୦ କୋଟି ଟଙ୍କାର ସହାୟତା ରାଶି ଘୋଷଣା କଲେ କେନ୍ଦ୍ର ସରକାର । ସେହିପରି ୫୦୦ କୋଟି ପଶ୍ଚିମବଙ୍ଗ ଓ ଝାରଖଣ୍ଡକୁ ମିଳିଛି । ବାତ୍ୟାରେ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ଘୋଷଣା ମଧ୍ୟ ହୋଇଛି । ବାତ୍ୟା ଯାସ୍‌ରେ କ୍ଷୟକ୍ଷତି ସମୀକ୍ଷା କରିବା ପାଇଁ ଆଜି ପ୍ରାଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଆସିଥିବା ବେଳେ ଭୁବନେଶ୍ୱରରେ ବାତ୍ୟା ସମୀକ୍ଷା ବୈଠକ ଆୟୋଜିତ ହୋଇଥିଲା । ଏହି ସମୀକ୍ଷା ବୈଠକରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦୁଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଡିଜିପି ଅଭୟ ଓ ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନାଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ଉପକୂଳ ଜିଲ୍ଲାରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ ବ୍ୟବସ୍ଥା କରିବା ସହିତ ସମୁଦ୍ର ଜୁଆର ଅଟକାଇବାକୁ ବ୍ୟବସ୍ଥା କରିବାକୁ କେନ୍ଦ୍ର ସରକାରଙ୍କ ପାଖରେ ଦାବୀ କରିଥିଲେ ରାଜ୍ୟ ସରକାର । ସାମୀକ୍ଷା ବୈଠକ ପରେ ରାଜ୍ୟର ବାତ୍ୟା ପ୍ରଭାବିତ ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ଆକାଶ ମାର୍ଗରୁ ବୁଲି ଦେଖିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

Leave A Reply

Your email address will not be published.