ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ

ପୁରୀ : ହରିହର ବେଶରେ ସୁସଜ୍ଜିତ ବଡ଼ଠାକୁର । ଆଜି ଶ୍ରୀମନ୍ଦିରରେ ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜ୍ଜିତ କରାଯାଇଛି । ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଏ । ଏହି ବେଶରେ ହରି (ବିଷ୍ଣୁ) ଓ ହର (ଶିବ)ଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହୋଇଥାଏ । ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ଦିଶିବା ସହ ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିଛନ୍ତି ବଡ଼ଠାକୁର । କାର୍ତ୍ତିକ ମାସର ଦୀପାବଳୀ ଅମାବାସ୍ୟାଠାରୁ ଶୁକ୍ଳ ଦଶମୀ ମଧ୍ୟରେ ସୋମବାର ପଡ଼ିଲେ ରତ୍ନସିଂହାସନରେ ଅଧିଷ୍ଠିତ ବଡ଼ଠାକୁରଙ୍କ ବାଡ଼ରେ ହରିହର ବେଶ ହେବାର ବିଧି ରହିଛି । ପୁଷ୍ପାଳକ ସେବକମାନେ ବଡ଼ଠାକୁରଙ୍କୁ ହରିହର ବେଶରେ ଏବଂ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରିଛନ୍ତି । ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ଏବଂ ଶ୍ରୀଜଗନ୍ନାଥଙ୍କର ରାଧାଦାମୋଦର ବେଶ ଦେଖି ଭକ୍ତଗଣ ଆତ୍ମତୃପି ଲାଭ କରିଛନ୍ତି ।

Leave A Reply

Your email address will not be published.