oom

ଶରଧାବାଲିରେ ଅଘଟଣ : ଠେଲାପେଲାରେ ୩ ଭକ୍ତଙ୍କ ମୃତ୍ୟୁ

jsmm

ପୁରୀ : ପୁରୀ ଶରଧାବାଲିରେ ଅଘଟଣ । ଠେଲାପେଲାରେ ୩ ଜଣ ଭକ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା । ରବିବାର ଥିବାରୁ ରାତିରୁ ଭକ୍ତଙ୍କ ପ୍ରବଳ ଗହଳି ଲାଗିଥିଲା । ଭୋର ୪ଟାରେ ପହଡ଼ ଖୋଲିବା ପରେ ଦର୍ଶନ ପାଇଁ ଭକ୍ତଙ୍କ ମଧ୍ୟରେ ଉତ୍କଣ୍ଠା ବଢିଥିଲା । ଶ୍ରୀ ଗୁଣ୍ଡିଚା ମନ୍ଦିର ନିକଟରେ ଠେଲାପେଲା ହୋଇ ଏଭଳି ଅଘଟଣ ଘଟିଥିବା ଜଣାପଡିଛି । ଅଧିକ ଭକ୍ତଙ୍କ ଉପସ୍ଥିତିରୁ ଠେଲାପେଲା ପରସ୍ଥିତି ସୃଷ୍ଟି ହୋଇଥିଲା । ଏଥିରେ ୩ ଜଣ ଶ୍ରଦ୍ଧାଳୁ ପ୍ରାଣ ହରାଇଥିଲେ । ଭୋର ୪.୨୦ରେ ଏଭଳି ହୋଇଥିବା ସୂଚନା ମିଳିଛି । ଚାରକାଠ ବୋଝେଇ ଟ୍ରକ ଭକ୍ତଙ୍କ ଭିଡ ମଧ୍ୟରେ ପଶିବା କାରଣରୁ ଏଭଳି ଅଘଟଣ ଘଟିଥିବା କୁହାଯାଉଛି । ପ୍ରତ୍ୟକ୍ଷଦର୍ଶୀଙ୍କ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ୫୦ରୁ ଅଧିକ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି ।

jittmm
Leave A Reply

Your email address will not be published.