oum

ଭାରସାମ୍ୟ ହରାଇ ଗଛରେ ପିଟିହେଲା ବୋଲେରୋ : ୨ ମୃତ, ୨ ଗୁରୁତର

jsm

ଚମ୍ପୁଆ : ଭାରସାମ୍ୟ ହରାଇ ଗଛରେ ପିଟିହେଲା ବୋଲେରୋ । କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ରାମଚନ୍ଦ୍ରପୁର ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟି ଥିବା ଜଣାପଡିଛି । ଏହି ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । ମୃତକମାନେ ହେଲେ କୋଇଡ଼ା ଥାନା, କମଣ୍ଡୋ ଅଞ୍ଚଳର ବିନୋଦ ବାରିକ ଓ ନିଳାଦ୍ରି ଘଣା । ସେହିପରି ୨ ଗୁରୁତର ଆହତଙ୍କୁ କେନ୍ଦୁଝର ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି ।

ସୂଚନା ଅନୁଯାୟୀ ମଙ୍ଗଳବାର ଦିନ ଏମାନେ ବୋଲେରୋ ଯୋଗେ ଝାଡ଼ଖଣ୍ଡରେ ଏକ ବିବାହ ଭୋଜିରେ ଯୋଗ ଦେଇ ବିଳମ୍ବିତ ରାତିରେ ସେଠାରୁ ଘରକୁ ଫେରୁଥିଲେ । ତେବେ ରାମଚନ୍ଦ୍ରପୁର ନିକଟରେ ବୋଲେରୋଟି ଭାରସାମ୍ୟ ହରାଇ ଦ୍ରୁତ ଗତିରେ ଏକ ଶାଳ ଗଛରେ ପିଟି ହୋଇଥିଲା । ଫଳରେ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଥିଲେ । ଖବର ପାଇ ଚମ୍ପୁଆ ପୋଲିସ ଦୁର୍ଘଟଣାଗ୍ରସ୍ତ ବୋଲେରୋକୁ ଜବତ କରିବା ସହିତ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଥିବା ଜଣାପଡିଛି ।

Leave A Reply

Your email address will not be published.