om academy

ଭାରସାମ୍ୟ ହରାଇ ଖସିପଡ଼ିଲା ବାଇକ୍ : ଜଣେ ମୃତ

jsm

ବାଲେଶ୍ୱର : ଭୋଜିଖାଇ ବାଇକ୍‌ରେ ଘରକୁ ଫେରୁଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଖସିଲା ବାଇକ୍ । ଏଥିରେ ଜଣେ ମୃତ ଓ ଜଣେ ଆହତ ହୋଇଛନ୍ତି । ସୂଚନ।ରୁ ପ୍ରକାଶ ଯେ, ଗତକାଲି ବିଳମ୍ବିତ ରାତିରେ ବାଲେଶ୍ୱର ଜିଲ୍ଲା ସିଂଲା ଥାନା ଅନ୍ତର୍ଗତ ବୁଢ଼ୀଗାଁ ଛକରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ରୂପ୍ସା ଥାନା ଅନ୍ତର୍ଗତ ଆଙ୍କୋ ଅଞ୍ଚଳର ଦୁଇ ଜଣ ଯୁବକ ପଞ୍ଚୁପାଲି ଗ୍ରାମରୁ ଭୋଜି ଖାଇ ବିଳମ୍ବିତ ରାତିରେ ବାଇକ୍‌ରେ ଘରକୁ ଫେରୁଥିବା ବେଳେ ବୁଢ଼ୀଗାଁ ଛକ ନିକଟରେ ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଖସି ପଡ଼ିଥିଲା । ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେବା ପରେ ପୁଲିସ ପହଞ୍ଚି ଶବକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ହସ୍ପିଟାଲକୁ ପଠାଇଥିଲେ ।

Leave A Reply

Your email address will not be published.