ଭାରସାମ୍ୟ ହରାଇ ପୋଖରୀ ଭିତରକୁ ଖସିପଡିଲା ଟ୍ୟାଙ୍କର

ପଡିଆବାହାଲ : ସମ୍ବଲପୁର ଜିଲ୍ଲା ୫୩ ନମ୍ବର ଜାତୀୟ ରାଜପଥର ବିନାୟକଡେରା ମଝି ବୁଲାଣିଠାରେ ଏକ ତେଲ ବୋଝେଇ ଟ୍ୟାଙ୍କର ଭାରସାମ୍ୟ ହରାଇ ପୋଖରୀ ଭିତରକୁ ଖସିପଡି ରବିବାର ଦୁର୍ଘଟଣାଗ୍ରସ୍ତ ହୋଇଛି । ସମ୍ବଲପୁରରୁ ଦେବଗଡ଼ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ଦୁର୍ଘଟଣା ପରେ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି ।

ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇ ପୋଲିସ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରକୁ ଜେସିବି ଓ ହାଇଦ୍ରା ଲଗାଇ ଊଠାଇଥିଲା । ଏ ନେଇ ପୋଲିସ ତଦନ୍ତ ଚଳାଇଛି ।

Leave A Reply

Your email address will not be published.