ଡିସେମ୍ବର ୧୬ରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ

  • ୫ଟି ରାଜ୍ୟରେ ବିକଶିତ ଭାରତ ସଂକଳ୍ପ ଯାତ୍ରାକୁ ପତାକା ଦେଖାଇ ଶୁଭାରମ୍ଭ କରିବେ
    ପ୍ରଧାନମନ୍ତ୍ରୀ
  • ଦେଶର ବିଭିନ୍ନ ସ୍ଥାନରୁ ହଜାର ହଜାର ବିକଶିତ ଭାରତ ସଂକଳ୍ପ ଯାତ୍ରା ହିତାଧିକାରୀ ଏହି
    କାର୍ଯ୍ୟକ୍ରମରେ ଯୋଗଦେବେ

ଭୁବନେଶ୍ୱର, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୬ ଡିସେମ୍ବର ୨୦୨୩ ଅପରାହ୍ଣ ୪ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ଜନ ସମାବେଶକୁ ସମ୍ବୋଧିତ କରିବେ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ରାଜସ୍ଥାନ, ମଧ୍ୟପ୍ରଦେଶ, ଛତିଶଗଡ଼, ତେଲଙ୍ଗାନା ଏବଂ ମିଜୋରାମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାକୁ ପତାକା ଦେଖାଇ ଶୁଭାରମ୍ଭ କରିବେ । ଦେଶର ବିଭିନ୍ନ ସ୍ଥାନରୁ ହଜାର ହଜାର ବିକଶିତ ଭାରତ ସଂକଳ୍ପ ଯାତ୍ରା ହିତାଧିକାରୀ ଏହି କାର୍ଯ୍ୟକ୍ରମରେ ଯୋଗଦେବେ । ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟକ କେନ୍ଦ୍ରମନ୍ତ୍ରୀ, ସାଂସଦ, ବିଧାୟକ ଓ ସ୍ଥାନୀୟସ୍ତରର ପ୍ରତିନିଧି ଯୋଗଦେବେ । ସରକାରଙ୍କ ପ୍ରମୁଖ ଯୋଜନା ଗୁଡ଼ିର ସୁଫଳ ଯେପରି ନିର୍ଦ୍ଧାରିତ ସମୟରେ ସମସ୍ତ ହିତାଧିକାରୀଙ୍କ ପାଖରେ ପହଞ୍ଚିପାରିବ ସେଥିପାଇଁ ଏହି ଯୋଜନାଗୁଡ଼ିକର ସମନ୍ୱୟ ହାସଲ କରିବା ଉଦ୍ଦେଶ୍ୟରେ ସମଗ୍ର ଦେଶରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଆୟୋଜନ କରାଯାଉଛି ।

Leave A Reply

Your email address will not be published.