ଭୁବନେଶ୍ୱର : ରାଜ୍ୟରେ କାର୍ଯ୍ୟକାରୀ ହେବ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା । ଆସନ୍ତା ଏପ୍ରିଲ ପହିଲା ଦିନଠୁ ସାରା ରାଜ୍ୟରେ ଏହି ଯୋଜନାର ଶୁଭାରମ୍ଭ ହେବ । ଏହା ସହିତ ଆୟୁଷ୍ମାନ ବୟୋବନ୍ଦନା ଯୋଜନାର ମଧ୍ୟ ସେହିଦିନ ଶୁଭାରମ୍ଭ ହେବ । ୭୦ ବର୍ଷରୁ ଅଧିକ ବୟସ୍କ ଲୋକ ଥିଲେ ପରିବାର ପିଛା ସର୍ବାଧିକ ଚିକିତ୍ସା ସୁବିଧା ୧୫ ଲକ୍ଷ ଟଙ୍କା ମିଳିବ । ସମୁଦାୟ ୩.୫୨ କୋଟି ଲୋକ ଉପକୃତ ହେବେ । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଯୋଜନାର ଶୁଭାରମ୍ଭ ପାଇଁ ରାଜ୍ୟର ସମସ୍ତ ୧ହଜାର ୪୩୮ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଯୋଜନାର ପ୍ରଚାର ଓ ପ୍ରସାର ପାଇଁ ବ୍ୟାପକ ସଚେଚନତା ଅଭିଯାନ ଆରମ୍ଭ କରାଯିବ । ଆୟୁଷ୍ମାନ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓଡ଼ିଶାରେ କାର୍ଯ୍ୟକାରୀ ପାଇଁ ଜାନୁଆରୀ ୧୩ ତାରିଖରେ ନୂଆଦିଲ୍ଲୀ ଠାରେ ଜାତୀୟ ସ୍ୱାସ୍ଥ୍ୟ କର୍ତ୍ତୃପକ୍ଷଙ୍କ ସହିତ ରାଜ୍ୟ ସରକାରଙ୍କ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଥିଲା ।
Next Post