pakka

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି

bbehera
  • ପିଚ୍ଛିଲା ଭାବେ ଜାନୁଆରୀ ୨୦୨୨ରୁ ଲାଗୁ ହେବ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ସରକରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧ ପ୍ରତିଶତରୁ ୩୪ ପ୍ରତିଶତକୁ ବୃଦ୍ଧି ପାଇଲା । ଏହା ୧/୧/୨୦୨୨ରୁ ପିଚ୍ଛିଲା ଭାବରେ ଲାଗୁ କରାଯାଇଛି । ସଂଶୋଧିତ ହାରରେ ପେନ୍‌ସନ ପାଉଥିବା ପେନ୍‌ସନ ଭୋଗୀମାନଙ୍କ ଟି.ଆଇରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି । କର୍ମଚାରୀ ଓ ପେନ୍‌ସନ ଭୋଗୀମାନେ ଚଳିତ ମାସର ଦରମାରେ ଏହି ବର୍ଦ୍ଧିତ ଭତ୍ତା ପାଇବା ସହିତ ୨୦୨୨ ଜାନୁଆରୀରୁ ଅଗଷ୍ଟ ପର୍ଯ୍ୟନ୍ତ ବକେୟା ଭତ୍ତା ଅଲଗା ଭାବେ ପ୍ରଦାନ କରାଯିବ । ଏହାଦ୍ୱାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନ୍‌ସନ ଭୋଗୀ ଉପକୃତ ହେବେ ।

jay balangir
Leave A Reply

Your email address will not be published.

eleven + 20 =