om academy

ଭେଷଜ ରମ୍ଭାବତୀ ମହାବିଦ୍ୟାଳୟରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦ୍‌ଘାଟିତ

jsm

ସୁନ୍ଦରଗଡ଼, (କେପିଏନ୍‌ଏସ୍‌) : କୁଣ୍ଡୁକେଲାସ୍ଥିତ ଭେଷଜ ରମ୍ଭାବତୀ ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଓଡ଼ିଶା ସରକାରଙ୍କ ନୂଆ ଓଡ଼ିଶା ଯୁବ ଓଡ଼ିଶା, ନବୀନ ଓଡ଼ିଶା ଅନ୍ତର୍ଗତ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ପୂର୍ବତନ ବିଧାୟକ ତଥା ବର୍ତ୍ତମାନର ଜିଲ୍ଲା ବିଜେଡି ସଭାପତି ଯୋଗେଶ ସିଂହ ଓ ସୁନ୍ଦରଗଡ଼ ଜିଲ୍ଲା ପରିଷଦ ସଦସ୍ୟ ଅଶ୍ୱିନୀ ନାୟକଙ୍କ ଦ୍ଵାରା ଆନୁଷ୍ଠାନିକ ଭାବରେ ଉଦ୍‌ଘାଟିତ ହୋଇଯାଉଛି । ଅତିଥିଙ୍କ ଦ୍ଵାରା ପ୍ରଦୀପ ପ୍ରଜ୍ୱଳନ ପରେ ଅନୁଷ୍ଠାନର ଅଧ୍ୟକ୍ଷ ବସନ୍ତ କୁମାର ନାୟକ ଅତିଥି ପରିଚୟ ପ୍ରଦାନ କରିବା ସହିତ ସରକାରଙ୍କ ଦ୍ଵାରା ପ୍ରଯୋଜିତ ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ସଂପର୍କରେ ସବିଶେଷ ସୂଚନା ଦେଇଥିଲେ । ମୁଖ୍ୟ ଅତିଥି ଶ୍ରୀ ସିଂହ ଓ ସମ୍ମାନିତ ଅତିଥି ଶ୍ରୀ ନାୟକ ଏହି ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ କିପରି ଛାତ୍ରଛାତ୍ରୀଙ୍କ ମଧ୍ୟରେ ଲୁକ୍କାୟିତ ମୌଳିକ ପ୍ରତିଭାର ଚିହ୍ନଟ ଓ ଦକ୍ଷତା ବିକାଶ ଦିଗରେ ସହାୟକ ହେବ, ତାହା ବିଭିନ୍ନ ଉଦାହରଣ ମାଧ୍ୟମରେ ବର୍ଣ୍ଣନା କରି ଛାତ୍ରଛାତ୍ରୀମାନଙ୍କୁ ଏଥିରେ ଭାଗ ନେବା ପାଇଁ ଉତ୍ସାହିତ କରିଥିଲେ । ଏହି କାର୍ଯ୍ୟକ୍ରମର ପ୍ରଥମ ଦିବସରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ସୃଜନ ଦକ୍ଷତା, ମୌଳିକ ଲିଖନ ଓ କବିତା ଆବୃତ୍ତି ପ୍ରତିଯୋଗିତାମାନ ଅନୁଷ୍ଠିତ ହୋଇଥିବା ବେଳେ ଆଗାମୀ ଦିନମାନଙ୍କରେ କ୍ୟାରମ, ଚେସ୍, କ୍ରିକେଟ, ବ୍ୟାଡମିଣ୍ଟନ ଇତ୍ୟାଦି ଖେଳକୁଦ ପ୍ରତିଯୋଗିତା ସହିତ ପ୍ଲାଷ୍ଟିକ ବର୍ଜନ, ଯୌତୁକ ନିରାକରଣ ପରି ବିଭିନ୍ନ ସାମାଜିକ ସଂସ୍କାରମୂଳକ କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହେବ । ଉଦ୍‌ଘାଟନୀ ସନ୍ଧ୍ୟାରେ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ବେଳେ ଅନୁଷ୍ଠାନର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ଏଥିରେ ସହଯୋଗ କରିଥିଲେ । କାର୍ଯ୍ୟକ୍ରମର ନୋଡ଼ାଲ ଅଫିସର ଅଧ୍ୟାପିକା ପ୍ରଣତି ବେହେରା କାର୍ଯ୍ୟକ୍ରମ ସମ୍ପାଦନା ଓ ସଞ୍ଚାଳନା କରିବା ସହ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.