pakka

କର୍ମଚାରୀ ମାନଙ୍କ ପାଇଁ ରାଜ୍ୟ ସରକାରୀଙ୍କ ନବବର୍ଷ ଭେଟି : ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କର୍ମଚାରୀ ମାନଙ୍କ ପାଇଁ ରାଜ୍ୟ ସରକାରୀଙ୍କ ନବବର୍ଷ ଭେଟି ଦିଆଯାଇଛି । ରାଜ୍ୟ ସରକରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨୮ ପ୍ରତିଶତରୁ ୩୧ ପ୍ରତିଶତକୁ ବୃଦ୍ଧି ପାଇଛି । ଏହା ୦୧.୦୭.୨୦୨୧ରୁ ପିଛିଲା ଭାବରେ ଲାଗୁ ହେବ । ସଂଶୋଧିତ ହାରରେ ପେନ୍‌ସନ ପାଉଥିବା ପେନ୍‌ସନଭୋଗୀ ମାନଙ୍କ ଟି.ଆଇ.ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି । ଏହାଦ୍ୱାରା ରାଜ୍ୟର ସାଢେ ସାତ ଲକ୍ଷ ସରକାରୀ କର୍ମଚାରୀ ତଥା ପେନ୍‌ସନଭୋଗୀ ଉପକୃତ ହେବେ ବୋଲି କୁହାଯାଇଛି ।

Leave A Reply

Your email address will not be published.

19 − two =