pakka

୫-ଟି ଅଧ୍ୟକ୍ଷଙ୍କୁ ଭେଟିଲେ ପବିତ୍ର ମୋହନ ପ୍ରଧାନଙ୍କ ନାତୁଣୀ

bbehera
  • ପବିତ୍ର ମୋହନ ପ୍ରଧାନଙ୍କ ସ୍ମୃତି ରକ୍ଷା ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ ଯୋଗୁ ଦେଲେ ଧନ୍ୟବାଦ
  • ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଲେ କୃତଜ୍ଞତା

ଭୁବନେଶ୍ଵର : ବିଶିଷ୍ଟ ସ୍ୱାଧିନତା ସଂଗ୍ରାମୀ ତଥା ପ୍ରଜା ମଣ୍ଡଳ ଆନ୍ଦୋଳନର ପୁରୋଧା ଓଡିଶାର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ୱର୍ଗତ ପବିତ୍ର ମୋହନ ପ୍ରଧାନଙ୍କ ସ୍ମୃତି ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନେକ ପଦକ୍ଷେପ ନେଇଛନ୍ତି । ତାଳଚେରରେ ପବିତ୍ର ମୋହନ ମେଡିକାଲ କଲେଜ, ବ୍ରାହ୍ମଣୀ ନଦୀ ଉପରେ ତାଙ୍କ ନାମରେ ସେତୁ ପ୍ରତିଷ୍ଠା ସହିତ ସ୍ମୃତି ମ୍ୟୁଜିୟମ୍‌ ଏବଂ ଭୁବନେଶ୍ୱରରେ ତାଙ୍କର ଏକ ପୂର୍ଣ୍ଣାବୟବ ମୂର୍ତ୍ତି ସ୍ଥାପନ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି । ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏହି ସବୁ କାର୍ଯ୍ୟ କରାଯାଇଛି । ଏଥିପାଇଁ ପବିତ୍ର ମୋହନ ସ୍ମୃତି ପରିଷଦ ଗଭୀର ସନ୍ତୋଷ ପ୍ରକାଶ କରିଛି । ପରିଷଦ ପକ୍ଷରୁ ଆଜି ପବିତ୍ର ମୋହନଙ୍କ ନାତୁଣୀ ରଞ୍ଜିତା ରାଣୀ ପ୍ରଧାନ ଓ ସମିତିର ଅନ୍ୟ ସଦସ୍ୟମାନେ ଆଜି ନବୀନ ନିବାସଠାରେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ. ପାଣ୍ଡିଆନଙ୍କୁ ଭେଟି ଧନ୍ୟବାଦ୍ ଜଣାଇଥିଲେ । ସେମାନେ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ମଧ୍ୟ ଜଣାଇଥିଲେ । ସେମାନେ କହିଥିଲେ ପବିତ୍ର ମୋହନଙ୍କ ସ୍ମୃତି ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ ତାଙ୍କ ସ୍ମୃତିକୁ ଚିର ଦିନ ପାଇଁ ଉଜ୍ଜଳ କରି ରଖିବ । ୫-ଟି ଅଧ୍ୟକ୍ଷ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ରାଜ୍ୟର ବରପୁତ୍ର ମାନଙ୍କ ପ୍ରତି ଗଭୀର ସମ୍ମାନ କରନ୍ତି । ସେମାନଙ୍କ ସ୍ମୃତି ରକ୍ଷା ପାଇଁ ରାଜ୍ୟ ସରକାର ସବୁବେଳେ ପଦକ୍ଷେପ ନେଇଛନ୍ତି । ପବିତ୍ର ମୋହନ ରାଜ୍ୟର ଯୁବ ସମାଜ ପାଇଁ ଆଦର୍ଶ । ତାଙ୍କ ସ୍ମୃତିର ସୁରକ୍ଷା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି ବୋଲି ସେ କହିଥିଲେ ।

jay balangir
Leave A Reply

Your email address will not be published.

five − 4 =