jayashree

୫ ହଜାର ଅଙ୍ଗନୱାଡି କର୍ମୀ ଓ ସହାୟିକାଙ୍କ ବିକ୍ଷୋଭ ପ୍ରଦର୍ଶନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାରେ କାର୍ଯ୍ୟରତ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ଗୁରୁବାର ଜିଲ୍ଲା ମହକୁମା ଛତ୍ରପୁରରେ ଦିନିକିଆ ଗଣଧାରଣା ଓ ବିଶାଳ ରାଲି କରିଛନ୍ତି । ସରକାରଙ୍କ ମାରଣ ନୀତି ନେଇ ବିଭିନ୍ନ ସ୍ଲୋଗାନ ଦେଇ ଏକ ବିରାଟ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରିଛନ୍ତି । ଅଲ୍ ଓଡ଼ିଶା ଅଙ୍ଗନାବାଡ଼ି ଲେଡିଜ ୱାର୍କର୍ସ ଆସୋସିଏସନ୍‌ ଗଞ୍ଜାମ ଜିଲ୍ଲା ପକ୍ଷରୁ ସାଧାରଣ ସମ୍ପାଦିକା ମଞ୍ଜୁବାଳା ପାଣିଗ୍ରାହୀ ଏବଂ ସଭାନେତ୍ରୀ ରଞ୍ଜିତା କୁମାରୀ ରଥଙ୍କ ନେତ୍ତୃତ୍ୱରେ ପ୍ରାୟ ୫ ହଜାର ମହିଳାକର୍ମୀ ଏହି ବିକ୍ଷୋଭ ସମାବେଶରେ ଯୋଗଦେଇ ବିଭିନ୍ନ ମୌଳିକ ଦାବୀ ଉପସ୍ଥାପନା କରି ଗୁରୁବାର ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ଜିଲ୍ଲାପାଳଙ୍କ କର୍ତ୍ତବ୍ୟ ଦାୟିତ୍ୱରେ ଥିବା ଅତିରିକ୍ତ ଜିଲ୍ଲାପାଳ ଲୀନା କୁମାରୀ ଖେସ୍‌ଙ୍କୁ ଭେଟି ୨୪ଦଫା ଦାବୀ ସମ୍ବଳିତ ଏକ ସ୍ମାରକପତ୍ର ରାଜ୍ୟସରକାରଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରିଛନ୍ତି ।

Leave A Reply

Your email address will not be published.