csstore

ବଲାଙ୍ଗିର ସଦର ବ୍ଲକରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ବ୍ଲକରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସଦର ବ୍ଲକ୍‌ ଅଧ୍ୟକ୍ଷା ଶ୍ରୀମତୀ ସରିତା ବାଗ ଏଥିରେ ମୁଖ୍ୟଅତିଥି ଭାବେ ଯୋଗଦାନ କରିଥିବା ବେଳେ ବ୍ଲକ ଉପାଧ୍ୟକ୍ଷା ପୁଷ୍ପାଂଜଳି ହୋତା, ବଲାଙ୍ଗିର ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ, ବିଡ଼ିଓ ଶରତ ସେଠୀ, ମଦନ ହୋତା ପ୍ରମୁଖ ମଂଚାସୀନ ଥିଲେ । ଏବିଡ଼ିଓ ରାମଦତ୍ତ ଭୋଇ ମଂଚ ପରିଚାଳନା କରିଥିଲେ । ମୁଖ୍ୟ ଅତିଥି ଶ୍ରୀମତୀ ବାଗଙ୍କ ସହ ସମସ୍ତ ଅତିଥି ଭିନ୍ନକ୍ଷମମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ୍‌ କରିବା ସରକାରଙ୍କ ବିଭିନ୍ନ ଯୋଜନା ସଂପର୍କରେ ଆଲୋଚନା କରିଥିଲେ । କାର୍ଯ୍ୟକ୍ରମରେ କିଛି ଭିନ୍ନକ୍ଷମଙ୍କ ତିନିଚକିଆ ଗାଡ଼ି, ଆଶା ବାଡ଼ି ତଥା ଅନ୍ୟାନ୍ୟ ସାମଗ୍ରୀ ବଣ୍ଟନ କରାଯାଇଥିବା ବେଳେ ବହୁ ଭିନ୍ନକ୍ଷମଙ୍କୁ ଚିହ୍ନଟ କରାଯାଇଥିଲା । କାର୍ଯ୍ୟକ୍ରମ ଶେଷରେ ସମିତି ସଭ୍ୟ ଗୋଲାପ ବାଗ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

jayashree
Leave A Reply

Your email address will not be published.