ଜାନୁୟାରୀ ୫ରୁ ୧୩ ତାରିଖ ଭିତରକନିକା ବନ୍ଦ

ରାଜନଗର : ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ ବସବାସ କରୁଥିବା ବଉଳା କୁମ୍ଭୀରଙ୍କ ଗଣନା ଜାନୁୟାରୀ ୫ରୁ ଆରମ୍ଭ ହୋଇ ୧୩ ତାରିଖରେ ଶେଷ ହେବ । ଏଥିପାଇଁ ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକମାନଙ୍କୁ ଏହି ସମୟରେ ପରିଭ୍ରମଣ ପାଇଁ ନିଷେଧ କରାଯାଇଛି । ବଉଳା କୁମ୍ଭୀର ବିଶାରଦ ଡ. ସୁଧାକର କର, ରାଜନଗର ଡିଏଫ୍‌ଓ ସୁଦର୍ଶନ ଗୋପୀନାଥ ଯାଦବଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି ଗଣନା କାର୍ଯ୍ୟ କରାଯିବ ବୋଲି ସୂଚନା ରହିଛି ।

Leave A Reply

Your email address will not be published.

error: Content is protected !!