oum

ବଲାଙ୍ଗିର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ୱାର୍ଡ, ପ୍ରତୀକ୍ଷାଳୟ ଏବଂ ରୋଷେଇଶାଳା ନିର୍ମାଣର ଭିତ୍ତିପ୍ରସ୍ତର ସ୍ଥାପନ

jsm

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ବଲାଙ୍ଗିର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ୱାର୍ଡ, ପ୍ରତୀକ୍ଷାଳୟ ଏବଂ ରୋଷେଇଶାଳା ନିର୍ମାଣର ଭିତ୍ତିପ୍ରସ୍ତର ସ୍ଥାପନ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପରିଷଦ ଅଧ୍ୟକ୍ଷା ଭାରତୀ ମହାନନ୍ଦ ଏବଂ ଜିଲ୍ଲାପାଳ ଚଂଚଳ ରାଣା ଉପସ୍ଥିତ ରହି ୱାର୍ଡ, ପ୍ରତୀକ୍ଷାଳୟ ଏବଂ ରୋଷେଇଶାଳା ନିର୍ମାଣର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ । ଏହାର ନିର୍ମାଣ ସକାଶେ ଜିଲ୍ଲା ପରିଷଦ ପାଣ୍ଠିରୁ ୧ କୋଟି ୫୦ ଲକ୍ଷ ଟଙ୍କାର ଅନୁଦାନ ଯୋଗାଇ ଦିଆଯାଇଛି । ଏହି ଭିତ୍ତିପ୍ରସ୍ତର ସ୍ଥାପନ କାର୍ୟ୍ୟକ୍ରମରେ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ପାଣ୍ଡବ ସାହୁ, ପିଡ଼ି ଡିଆର୍‌ଡିଏ ସୁଶାନ୍ତ କୁମାର ସିଂ, ଭୀମ ଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ଅଧିକ୍ଷକ ଡା.ମହେନ୍ଦ୍ର କୁମାର ନାୟକ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଭୀମ ସାହୁ, ପୂର୍ତ୍ତ ବିଭାଗର ନିର୍ବାହୀ ଯନ୍ତ୍ରୀ ଇଂ.ନଳିନୀକାନ୍ତ ଦାଶଙ୍କ ସମେତ ଜିଲ୍ଲା ପରିଷଦର ସଦସ୍ୟ ସଦସ୍ୟାମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.